ଟ୍ଵିନ ସିଟି ରେ ନାଇଟ କର୍ଫ୍ୟୁ କଡ଼ାକଡ଼ି ପାଳନ କରାଯିବ – ସିପି

0 520

ରେଭ୍ ପାର୍ଟିରେ ନିଶା ସେବନ ଉପରେ କଡ଼ା ନଜର ରହିବ  । ଆଇନ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି । ଏହାଛଡା
ପାର୍ବଣ ଆରମ୍ଭ ହୋଇ ଯାଇଥିବା ବେଳେ ବିଭିନ୍ନ ସ୍ଥାନରେ ଲୋକଙ୍କ ଗହଳି ବି ବଢ଼ିବାରେ ଲାଗୁଛି।


କରୋନା କଟକଣା କୁ ଲାଗୁ କରାଯାଇଥିବା ବେଳେ ୧୧ ଅକ୍ଟୋବର ରୁ   ଦ୍ୱୈତନଗରୀରେ ଲାଗୁ ହେବ ନାଇଟ କର୍ଫ୍ୟୁ। ଏହି କଟକଣା ରାତି ୮ଟାରୁ ସକାଳୁ ୫ଟା ପର୍ଯ୍ୟନ୍ତ ବଳବତ୍ତର ରହିବ । ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ।ଏନେଇ ପୁଲିସ୍‌ କମିଶନର କହିଛନ୍ତି ।
ରାତି ୮ଟା ପରେ  କଟକ, ଭୁବନେଶ୍ୱରରେ କଟକଣାକୁ କଡ଼ାକଡ଼ି ପାଳନ କରାଯିବା ସହ ଯାଞ୍ଚ  ଉପରେ ଗୁରୁତ୍ୱ ଦିଆଯିବ। ନିୟମ ଖିଲାପ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏଥିସହ ଜବରଦସ୍ତ ଚାନ୍ଦା ଏବଂ ଦାଦାବଟିକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। କିଏ ଦାଦାବଟି ଆଦାୟ କରୁଥିବାର ନଜର ଆସିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।  ସେହିପରି ଦୁର୍ଗାପୂଜା ବେଳେ ସର୍ତକ ରହିବା ସହ ନିୟମ ପାଳନ କରିବାକୁ ଲୋକଙ୍କୁ ନିବେଦନ କରିଛନ୍ତି ସିପି । ଏଥିସହ ପାର୍ବଣ ବେଳେ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ କମିଶନରେଟ ପୁଲିସ୍‌ର ସ୍କାନରରେ ରହିବେ ଅପରାଧୀ।  ଅପରାଧୀଙ୍କ ଉପରେ  କଡ଼ା ନଜର ରଖିବ କମିଶନରେଟ୍ ପୋଲିସ୍ । ଟ୍ୱିନ୍ ସିଟିରେ ପେଷାଦାର ଅପରଧି ଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସିପି ଚେତାବନୀ ଦେଇଛନ୍ତି।କୋଭିଡ୍ ନିୟମ କୁ କଡ଼ାକଡ଼ି ଭାବେ ପାଳନ କରି ମଣ୍ଡପରେ ପୂଜା ଆୟୋଜନ କରିବାକୁ ପରାମର୍ଶ ଦେଇଛନ୍ତି ସିପି।

Leave A Reply

Your email address will not be published.