ମୟୁରଭଞ୍ଜ : ରାଇରଙ୍ଗପୁରରେ ଉପଖଣ୍ଡ ସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ। ଅଭିଯୋଗ ଗୁଡିକର ତ୍ୱରିତ ସମାଧାନ ଲାଗି ଜିଲ୍ଲାପାଳଙ୍କ ପରାମର୍ଶ।
ମୟୁରଭଞ୍ଜ : ୨୧/୨ ( ସତ୍ୟାନ୍ୟୁଜ) (ଶ୍ୟାମଳେନ୍ଦୁ ପରିଡା) ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆରେ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପ୍ରଶାସନ ଦ୍ୱାରା ଆୟୋଜିତ ଏହି ଜନଶୁଣାଣି ରେ ମୟୁରଭଞ୍ଜ ଜିଲ୍ଲାପାଳ ବିନୀତ ଭରଦ୍ୱାଜ ଅଧ୍ୟକ୍ଷତା କରିଥିଲେ। କାରଞ୍ଜିଆ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଅୟୋଜିତ ଏହି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ପ୍ରେମା°ଶୁ ଚାନ୍ଦ ଙ୍କ ସମେତ ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ , ବନଖଣ୍ଡ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ । ଜିଲ୍ଲାପାଳ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ | ଅନୁଷ୍ଠିତ ଉକ୍ତ ଜନଶୁଣାଣିରେ କରଞ୍ଜିଆ ଉପଖଣ୍ଡ ଅଧିନସ୍ଥ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ ।