ରାଇରଙ୍ଗପୁର : ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଅନୁଷ୍ଠିତ।। ୭୭ ଟି ଅଭିଯୋଗରୁ ୨ଟିର ତତ୍କାଳ ସମାଧାନ।

0 319

ରାଇରଙ୍ଗପୁର : ୧୩/୩ (ସତ୍ୟାନ୍ୟୁଜ) (ଶ୍ୟାମଳେନ୍ଦୁ ପରିଡା) ବାମନଘାଟି ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ସୋମବାର ଦିନ ଯୁଗ୍ମ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଅୟୋଜିତ ଏହି ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣିରେ ମୟୁରଭଞ୍ଜ ଜିଲ୍ଲାପାଳ ବିନୀତ ଭରଦ୍ୱାଜ ଅଧ୍ୟକ୍ଷତା କରିଥିଲେ। ଉକ୍ତ ଶିବିରରେ ଉପଜିଲ୍ଲାପାଳ ସରୋଜ କୁମାର ଦାଶ , ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଋଷିକେଶ ଦ୍ୟାନ ଦେଓ ଖିଲାରୀ , ରାଇରଙ୍ଗପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ଗୋକୁଳା ନନ୍ଦ ସାହୁ ଯୋଗ ଦେଇଥିଲେ । ପ୍ରାରମ୍ଭ ରେ ଜିଲ୍ଲାପାଳ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ। ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୭୭ ଟି ଅଭିଯୋଗ ଆସିଥିଲା। ୬୩ ଟି ବ୍ୟକ୍ତିଗତ ସମସ୍ୟା ଏବଂ ୧୪ଟି ସାମୁହିକ ଅଭିଯୋଗ ଆସିଥିଲା। ଆସିଥିବା ଅଭିଯୋଗ ମଧ୍ୟରୁ ୨ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା।

ଅନୁଷ୍ଠିତ ଉକ୍ତ ବୈଠକ ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର , ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା।

Leave A Reply

Your email address will not be published.