ରାଉରକେଲା : ୨୦/୪ (ସତ୍ୟାନ୍ୟୁଜ) ଆସନ୍ତାକାଲି ଶୁକ୍ରବାର ଠାରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି କରାଯିବା ନେଇ ଘୋଷଣା କରାଯାଇଛି। ରାଜ୍ୟରେ ବଢ଼ିଚାଲିଥିବା ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛିା ୨୧ ଅପ୍ରେଲ ଠାରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ସ୍କୁଲ କେବେ ଖୋଲିବ ଏନେଇ ପରେ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡିଛି। ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଏହି ଖରା ଛୁଟି ଘୋଷଣା ହୋଇଛି। ଚଳିତ ବର୍ଷ ଏବେଠାରୁ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଅନେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହୁଛି। ତେଣୁ ପୂର୍ବରୁ ସାଧାରଣତଃ ମେ’ ମାସରେ ହେଉଥିବା ଖରା ଛୁଟିକୁ ଏଥର ଆଗୁଆ ଘୋଷଣା କରାଯାଇଛିା
ସୂଚନାଯୋଗ୍ୟଯେ , ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ସରକାର ଏପ୍ରିଲ ୧୨ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କରିଥିଲେ। ପରେ ୧୯ ଏବଂ ୨୦ ତାରିଖ ମଧ୍ୟ ଛୁଟି ଘୋଷଣା କରାଯାଇଥିଲା।ପାଠପଢ଼ା ସକାଳ ସାଢ଼େ ୬ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ ବୋଲି ଏ ସ୍କୁଲ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ସ୍କୁଲଗୁଡ଼ିକରେ ପର୍ଯ୍ୟାପ୍ତ ପରିମାଣର ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରିବା ପାଇଁ ମଧ୍ୟ ସ୍କୁଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।